ପୁଣି ଭିଜେଇବ ବର୍ଷା, ରାଜ୍ୟରେ ଆସନ୍ତା ୧୮ରୁ ବଢ଼ିପାରେ ବର୍ଷା ସହ ଘଡ଼ଘଡ଼ି!

ପୁଣି ଭିଜେଇବ ବର୍ଷା, ରାଜ୍ୟରେ ଆସନ୍ତା ୧୮ରୁ ବଢ଼ିପାରେ ବର୍ଷା ସହ ଘଡ଼ଘଡ଼ି!
ପୁଣି ଭିଜେଇବ ବର୍ଷା, ରାଜ୍ୟରେ ଆସନ୍ତା ୧୮ରୁ ବଢ଼ିପାରେ ବର୍ଷା ସହ ଘଡ଼ଘଡ଼ି!

ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ପୁଣି ବର୍ଷା କଲବଲ କରିବ । ଆସନ୍ତା ୧୮ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଖାଲି ଏତିକି ନୁହେଁ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ମାରିବାର ଯଥେଷ୍ଟ ସମ୍ଭାବନା ରହିଛି ।

ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଏହି ସମୟ ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବଜ୍ରପାତ ସହ ସାମାନ୍ୟ ବର୍ଷା ଲାଗିରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

କେନ୍ଦ୍ର ପକ୍ଷରୁ ଆହୁରି ଆକଳନ କରାଯାଇଛି ଯେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗୀର, ସୋନପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର, ଭଦ୍ରକ, ମୟୂରଭଞ୍ଜ, ଖୋର୍ଧା, ପୁରୀ ଓ କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତର ମଧ୍ୟ ସମ୍ଭାବନା ରହିଛି ।

୧୬ ତାରିଖ ଦିନ ଉତ୍ତର-କେନ୍ଦ୍ରୀୟ ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହୋଇପାରେ । ୧୭ ତାରିଖରେ ଉପକୂଳ ସମେତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି, ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି ।

Share this story

World Odia Language Conferene