ରାଶିଫଳ (ଜୁନ ୧୫, ୨୦୧୯): ଏହି ରାଶି ଥିବା ବ୍ୟକ୍ତିଙ୍କ ପାଇଁ ଆଶା କରୁଥିବା ଅର୍ଥ ପାଇବା ସହଜ ହେବନାହିଁ ବରଂ ଖର୍ଚ୍ଚାନ୍ତ ହୋଇ ମନସ୍ତାପ କରିବେ

ରାଶିଫଳ (ଜୁନ ୧୫, ୨୦୧୯): ଏହି ରାଶି ଥିବା ବ୍ୟକ୍ତିଙ୍କ ପାଇଁ ଆଶା କରୁଥିବା ଅର୍ଥ ପାଇବା ସହଜ ହେବନାହିଁ ବରଂ ଖର୍ଚ୍ଚାନ୍ତ ହୋଇ ମନସ୍ତାପ କରିବେ
ରାଶିଫଳ (ଜୁନ ୧୫, ୨୦୧୯): ଏହି ରାଶି ଥିବା ବ୍ୟକ୍ତିଙ୍କ ପାଇଁ ଆଶା କରୁଥିବା ଅର୍ଥ ପାଇବା ସହଜ ହେବନାହିଁ ବରଂ ଖର୍ଚ୍ଚାନ୍ତ ହୋଇ ମନସ୍ତାପ କରିବେ

ଆଜି ଆପଣଙ୍କ ଦିନ ମଙ୍ଗଳମୟ ହେଉ । ପଢନ୍ତୁ କେମିତି କଟିବ ଆପଣଙ୍କ ଦିନ ।

ମେଷ: ଆଜି ବିଭିନ୍ନ ଦିଗରୁ ଅର୍ଥର ସମାଗମ ହେବ, କିନ୍ତୁ ସମସ୍ୟା ଛାଡ଼ିବ ନାହିଁ । ସାହିତ୍ୟ, ସାମ୍ବାଦିକତା, ସଙ୍ଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ । ସନ୍ତାନଙ୍କ ବୈବାହିକ କର୍ମ ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ । ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସୂଚନା ରହିଛି ।

ବୃଷ: ଆଜି ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭ କରିବା କଷ୍ଟକର ହୋଇପାରେ । ଫଳରେ ନିକଟ ସମ୍ପର୍କୀୟମାନଙ୍କ ଚକ୍ରାନ୍ତରୁ କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ । ପରିବହନ ଓ ଆମଦାନୀ ବାଣିଜ୍ୟରେ ଉନ୍ନତି କରିବେ । ପାରିବାରିକ କ୍ଷେତ୍ରରେ ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟି ହୋଇ ଭ୍ରାତୃ ସମ୍ପର୍କରେ ଅବନତି ଘଟିବ ।

ମିଥୁନ: ଆଜି ଆପଣଙ୍କ ଅଭିଳାଷ ପୂରଣ ଓ ନୂତନ ଭାବରେ ଆରମ୍ଭ କରିଥିବା କାର୍ଯ୍ୟ ହାସଲ ପାଇଁ ଚେଷ୍ଟାକଲେ ନିଶ୍ଚିତ ଉପକୃତ ହେବେ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି, ଯାହାକି ପରିସ୍ଥିତିକୁ ସରଳ କରିବାରେ ସହାୟକ ହେବ । ପ୍ରତିବନ୍ଧକ କାରଣରୁ ବ୍ୟବସାୟୀମାନଙ୍କ ପାଇଁ ଦିନଟି ଭଲରେ କଟିବ ନାହିଁ ।

କର୍କଟ: ଆଜି ଆପଣ ଯାହା ଚାହୁଁଛନ୍ତି ତାହା ପାଇବାରେ ଅସୁବିଧା ଦେଖାଦେବ । କିନ୍ତୁ କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଦୂରଯାତ୍ରାରେ କାର୍ଯ୍ୟସିଦ୍ଧି ଘଟିବ, ମାତ୍ର ହୁଏତ ସୁଯୋଗ ପାଇବା ସହଜ ହୋଇ ନ ପାରେ । ପାରିବାରିକ ଜୀବନରେ ପକ୍ଷପାତିତା ଅଶାନ୍ତିର କାରଣ ହେବ ।

ସିଂହ: କର୍ମକ୍ଷେତ୍ରରେ ସ୍ଥଗିତ କାର୍ଯ୍ୟର ଅଗ୍ରଗତି ଘଟିବ, କିନ୍ତୁ  କେତେକ କାମରେ ପଶ୍ଚାତାପ ଜନିତ ମନସ୍ତାପ କରିପାରନ୍ତି । ପରିବାରରେ ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ସୂଚନା ରହିଛି । ଦେହ ଭଲ ରହିବା ସାଙ୍ଗକୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଆଶା କରିଥିବା ଜିନିଷ ବିଳମ୍ବରେ ପାଇବେ ।

କନ୍ୟା: ନିଜ ଲୋକମାନଙ୍କ ସହଯୋଗ ଲାଭ କରି ନୂତନ କର୍ମାରମ୍ଭ କରିବାରେ ସମର୍ଥ ହେବେ । ଭଲ ସମ୍ପର୍କ ନ ଥିବା ବନ୍ଧୁଙ୍କ ଛଳନାମତ୍କ କଥାକୁ ଠିକ୍‌ ଭାବେ ବୁଝି ପାରିବେନି । ସାହିତ୍ୟ, ଚିତ୍ରକଳା, ଲେଖାପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କିତ ଦୁଶ୍ଚିନ୍ତା ଆସିବ ।

ତୁଳା: ଅର୍ଥନୈତିକ ଅଭିବୃଦ୍ଧି ସହ ସାମାଜିକ ପ୍ରତିଷ୍ଠା ବୃଦ୍ଧି ଅନୁଭବ କରି ଖୁସୀ । ବନ୍ଧୁଙ୍କ ଜରିଆରେ କୌଣସି ବିଭ୍ରାନ୍ତିକର ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । କର୍ମକ୍ଳାନ୍ତ ଶରୀର ସାଙ୍ଗକୁ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ । ମନକୁ ନ ପାଇବା ହେତୁ କିଣି ଆଣିଥିବା ଜିନିଷ ବଦଳାଇବା ପାଇଁ କଷ୍ଟକର ହେବା ସୂଚନା ରହିଛି ।

ବିଛା: ଆଜି ଲକ୍ଷ୍ୟହୀନ ଭ୍ରମଣ ସାଙ୍ଗକୁ କାର୍ଯ୍ୟ କ୍ଷେତ୍ରକୁ ଶୃଙ୍ଖଳିତ ରହିବ ନାହିଁ । ଆଶା କରୁଥିବା ଅର୍ଥ ପାଇବା ସହଜ ହେବନାହିଁ ବରଂ ଖର୍ଚ୍ଚାନ୍ତ ହୋଇ ମନସ୍ତାପ କରିବେ । ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରର ଘଟଣା ଗୁଡ଼ାକ ଅସାଧାରଣ ମନେହେବ । ପରିବାରରେ ନିଜ ଜିଦ୍‌ରେ ଅଟଳ ରହି ସମସ୍ୟାକୁ ନିମନ୍ତ୍ରଣ କରିପାରନ୍ତି ।

ଧନୁ: ଆଜି ଅର୍ଥ ସମ୍ପର୍କିତ ସମସ୍ୟା ଦୁଶ୍ଚିନ୍ତାର କାରଣ ପାଲଟି ଯିବ । ଅବଶ୍ୟ ଆଶାନୁରୂପକ ସଫଳତା ହାସଲ କରିବାରେ ଜଣେ ବିଜାତୀୟ ବନ୍ଧୁ ସାହାଯ୍ୟ କରିବେ । କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହୋଇପାରେ । ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ ନ କଲେ ପଶ୍ଚାନ୍ତେ ଅନୁତାପ କରିବାକୁ ପଡ଼ିପାରେ ।

ମକର: ଆପଣଙ୍କୁ ବନ୍ଧୁଙ୍କ ପ୍ରତି ଅନୁରକ୍ତି ସୃଷ୍ଟିକରି ପାରିବାରିକ କଳହ ଦେଖାଦେଇପାରେ । ଅଫିସ୍‌ କାମରେ ଫାଇଲ୍‌ କାମ ଅଟକି ରହିଥିବା ସକାଶେ ଅନୁତାପ କରିବାକୁ ପଡ଼ିପାରେ । ଆଜିର ଯାତ୍ରାର ଲକ୍ଷ୍ୟ ପୂରଣ ହେବ । ପୂର୍ବ ଶତ୍ରୁତାକୁ ନେଇ ଈର୍ଷା ମନୋଭାବ ପୋଷଣ କରି ଆତ୍ମୀୟସ୍ବଜନ ଦୂରେଇଯାଇପାରନ୍ତି ।

କୁମ୍ଭ: ଆନୁଷଙ୍ଗିକ ସାହାଯ୍ୟ ଲାଭକରି ଅଟକି ରହିଥିବା କାମକୁ ସମ୍ପନ୍ନ କରିବାରେ ସମର୍ଥ ହେବେ । ଅତୀତର ବିବାଦୀୟ ଘଟଣା ମନକୁ ବିବ୍ରତ କରିପାରେ । ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ । ଏଣୁ ସାବଧାନତା ନିତାନ୍ତ ଦରକାର । ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି ।

ମୀନ: ଆଜିର ଜୀବନଯାତ୍ରା ପାଇଁ ଅନୁକୂଳ ରହିବ । ଆଶା କରୁଥିବା ବନ୍ଧୁଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ । ଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ଆର୍ଥିକ ଅଭାବ ଓ ଅନଟନ କେତେକ କାମକୁ ସ୍ଥଗିତ ରଖିଦେଇପାରେ । ଅଦୃଶ୍ୟଶକ୍ତି ତରଫରୁ ରଜସଂକ୍ରାନ୍ତି ହାର୍ଦ୍ଧିକ ଶୁଭେଛା ଓ ଅଭିନନ୍ଦନ ।

Share this story

World Odia Language Conferene