ଆଜିର ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ (୨୦-୫-୨୦୧୯) ସୋମବାର

ଆଜିର ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ (୨୦-୫-୨୦୧୯) ସୋମବାର
ଆଜିର ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ (୨୦-୫-୨୦୧୯) ସୋମବାର

ଆପଣଙ୍କ ଦିନଟି ମଙ୍ଗଳମୟ ହେଉ, ଜାଣନ୍ତୁ ଆଜିର ରାଶିଫଳ:

ମେଷ – ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ । ପରିବାରରେ ମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ । ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ ।

ବୃଷ – ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ । କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ । ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ । ପରିବାରରେ ସଦସ୍ୟଙ୍କ ସହ କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି । ସାମାଜିକ ପ୍ରତିଷ୍ଠା, ଯଶ କୀର୍ତ୍ତି ମିଳିପାରେ ।

ମିଥୁନ – ଆଜି ପରିବାରରେ ସୁଖ-ଶାନ୍ତିରେ ସମୟ କାଟିବେ । ସ୍ବାସ୍ଥ୍ୟବାନ ରହିବା ସହ ଅର୍ଥପ୍ରାପ୍ତି ହେବ । ଅଯଥା କଥାରେ ରାଗନ୍ତୁ ନାହିଁ, ନଚେତ ଅସୁବିଧା ହୋଇପାରେ । କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିପାରେ । ବ୍ୟାପାରରେ ପାର୍ଟନରଙ୍କ ସହଯୋଗ ଦ୍ୱାରା ନୂତନ ଯୋଜନାକୁ କାର୍ଯ୍ୟକାରୀ କରି ଲାଭ ମିଳିବ ।

କର୍କଟ – ଆଜି ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତାବୃଦ୍ଧି କରିପାରେ । କଟୁବାକ୍ୟ କହିବାରୁ ନିକଟ ସମ୍ପର୍କୀୟଙ୍କ ସହ କଳହ ହୋଇପାରେ । ଅଯଥା ଖର୍ଚ୍ଚବୃଦ୍ଧି ଯୋଗୁଁ ଚିନ୍ତିତ ରହିବେ । କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ନିନ୍ଦା ଅପବାଦ ମିଳିପାରେ । ବ୍ୟାପାରରେ ନୂତନ ନିବେଶରୁ ଦୂରେଇ ରୁହନ୍ତୁ ।

ସିଂହ – ଆଜି ବ୍ୟାପାରରେ ଦିନଟି ମଧ୍ୟମ ରହିବ । ପରିବାରରେ ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ନିଜ ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ । ଦୁଃସମ୍ବାଦ ମିଳିପାରେ । କାର୍ଯ୍ୟକ୍ଷେତ୍ରରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ ।

କନ୍ୟା – ଆଜି ଶତ୍ରୁ ପରାଜୟ ହୋଇପାରେ | ବନ୍ଧୁଙ୍କ ସହ ଉତ୍ତମ ସମୟ ବିତେଇବେ | ଆଧ୍ୟାତ୍ମ୍ୟ ଦିଗରେ ସମୟ ନିୟୋଜିତ କରିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ କିଛି ନୂଆ ଯୋଜନା ପାଇଁ ବିଦେଶ ଯାତ୍ରା କରିବେ । ବ୍ୟାପାରରେ ଲାଭବାନ ହେବେ । ପରିବାରରେ ସୁଖରେ ସମୟ ବିତିବ ।

ତୁଳା –  ବନ୍ଧୁ ପରିଜନଙ୍କ ସହ ଉତ୍ତେଜିତ ହୋଇ ବାର୍ତ୍ତାଳାପ କରନ୍ତୁ ନାହିଁ । ଜିଦି ସ୍ଵଭାଵ ଯୋଗୁଁ କାର୍ଯ୍ୟ ବିଗିଡିଯାଇପାରେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ବାକବିତଣ୍ଡା ହୋଇପାରେ | ବ୍ୟାପାରରେ ହାନି ହୋଇପାରେ | ପରିବାରରେ ସଦସ୍ୟଙ୍କ ସହ ମନୋମାଳିନ୍ୟ ହୋଇପାରେ । ଆଜି କୌଣସି ଜରୁରୀ ନିର୍ଣ୍ଣୟ ନିଅନ୍ତୁ ନାହିଁ ।

ବିଛା – ଆଜି ନିଜ ବନ୍ଧୁପରିଜନ ଠାରୁ ଉପହାର ମିଳିପାରେ | କୌଣସି ଶୁଭସମାଚାର ପାଇ ମନ ଉଲ୍ଲସିତ ହେବ | କାର୍ଯ୍ୟକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ଦ୍ୱାରା ନିଜ କାମ ସଫଳ ହେବ | ବ୍ୟବସାୟରେ ଉନ୍ନତି ଯୋଗୁଁ ମାନସିକ ଶାନ୍ତି ମିଳିପାରେ | ପରିବାରରେ ସୁଖ-ଆନନ୍ଦରେ ସମୟ ବିତିବା ସହ ଉତ୍ତମ ଭୋଜନ ମିଳିବ ।

ଧନୁ – ଆଜି ଶାରୀରିକ ଅସୁସ୍ଥତା ଯୋଗୁଁ ଧନଖର୍ଚ୍ଚ ହୋଇପାରେ | ବାକ-ସଂଯତ ରୁହନ୍ତୁ; ନଚେତ ବାଦବିବାଦ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ଅଳସୁଆମୀ ବୃଦ୍ଧି ହେତୁ ଉଚ୍ଚସ୍ଥଅଧିକାରୀଙ୍କ ଗାଳି ଶୁଣିବାକୁ ପଡିପାରେ | ବ୍ୟାପାରରେ ଦିନଟି ମଧ୍ୟମ ରହିବ | ପରିବାରରେ ତର୍କ-ବିତର୍କ ଯୋଗୁଁ କଳହ ଦେଖାଦେବ ।

ମକର – ଆଜି ସାମାଜିକ ମାନ-ସମ୍ମାନ ମିଳିପାରେ | ମିତ୍ରଙ୍କ ସହ ମନୋରଞ୍ଜନ ପାଇଁ ଭ୍ରମଣରେ ଯାଇପାରନ୍ତି |  କାର୍ଯ୍ୟକ୍ଷେତ୍ରରେ କୌଣସି ମହିଳା ସହଯୋଗୀ ସାହାଯ୍ୟ କରିବେ | ବ୍ୟାପାରରେ ନୂତନ ନିବେଶ ଲାଭବାନ କରାଇବ | ପରିବାରରେ କୌଣସି ଶୁଭ କାର୍ଯ୍ୟ ଆୟୋଜନରେ ବ୍ୟସ୍ତ ରହିବେ |

କୁମ୍ଭ – ଆଜି ପ୍ରତି କ୍ଷେତ୍ରରେ ସୁଫଳ ମିଳିବା ସହ ଧନବୃଦ୍ଧି ହୋଇପାରେ | କୌଣସି ଦୀର୍ଘଦିନ ଧରି ଅଟକିଥିବା କାର୍ଯ୍ୟ ସମ୍ପୂର୍ଣ ହେବାରୁ ମନ ପ୍ରଫୁଲ୍ଲ ରହିବ | ଗୁରୁଜନଙ୍କ ଆଶୀର୍ବାଦ ମିଳିବ | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ନିବେଶ ଶୁଭ ରହିବ | ପରିବାରରେ ସୁଖ-ଆନନ୍ଦରେ ସମୟ କାଟିବେ |

ମୀନ – ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ | ଜରୁରୀ କାର୍ଯ୍ୟ କିମ୍ୱା ନିର୍ଣୟ ନିଅନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ | ବ୍ୟାପାରରେ ବାଧା ଆସିପାରେ | ପରିବାରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଥା କଟାକଟି ହୋଇପାରେ |

Share this story

World Odia Language Conferene