ଆଜିର ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ (୨୧-୫-୨୦୧୯) ମଙ୍ଗଳବାର

ଆଜିର ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ (୨୧-୫-୨୦୧୯) ମଙ୍ଗଳବାର
ଆଜିର ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ (୨୧-୫-୨୦୧୯) ମଙ୍ଗଳବାର

ଆପଣଙ୍କ ଦିନଟି ମଙ୍ଗଳମୟ ହେଉ, ଜାଣନ୍ତୁ ଆଜିର ରାଶିଫଳ:

ମେଷ: ମନରେ ଧାର୍ମିକ ଭାବନା ଉଦୟ ହେବ । ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ । କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ । ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ ।

ବୃଷ: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ । ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି । କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ । ଅଫିସ୍‌ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି ।

ମିଥୁନ: ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ । ପ୍ରତ୍ୟେକ କାମ ବିବେକର ସହ କରନ୍ତୁ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ ।

କର୍କଟ: ଆଜି ଆପଣ କିଛି ଖାସ୍‌ କରିବା ଲାଗି ଦିନଟି ଭଲ ରହିବ । ଅଚାନକ ଧନଲାଭ ହେବ । ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ । ପାରିବାରିକ ସମ୍ବନ୍ଧ ମଜଭୁତ ହେବ । ପରୀକ୍ଷାରେ ସଫଳତା ମିଳିବାର ସମ୍ଭାବନା ରହିଛି ।

ସି˚ହ: ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ । ବ୍ୟବସାୟରେ ମନପ୍ରାଣ ଢାଳି କାମ କରିବେ ଏବ˚ ଯଥେଷ୍ଟ ଲାଭ ପାଇବେ । ଅଫିସରେ କୌଣସି ଖୁସି ଖବର ମିଳିବ ।

କନ୍ୟା: ଆଜି ଆପଣ କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ କରିପାରିବେ । ବିଭିନ୍ନ ପ୍ରକାର ଲୋକଙ୍କ ସହିତ ମିଶିବେ । କୌଣସି ବଡ଼ ନେଣଦେଣ କରିପାରନ୍ତି । ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ ।

ତୁଳା: ଊର୍ଜାର ସ୍ତର ଉଚ୍ଚା ରହିବ । କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ସ˚ପର୍କ ଗଢ଼ିବେ ଯେଉଁଥିରୁ ଭବିଷ୍ୟତରେ ଲାଭ ମିଳିବ । ଅଫିସରେ ବାତାବରଣ ଅନୁକୂଳ ରହିବ । ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ ।

ବିଛା: ସଫଳତା ମିଳିବା ହେତୁ ମହତ୍ତ୍ବାକା˚କ୍ଷାକୁ ବଳ ମିଳିବ । ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି । ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ । ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ପାଇବେ ।

ଧନୁ: ଆପଣ ନିଜକୁ ଖୁବ୍‌ ଆତ୍ମନିର୍ଭରଶୀଳ ଅନୁଭବ କରିବେ । ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ । ଅଚାନକ ଧନପ୍ରାପ୍ତି ହେବ ।

ମକର: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ । ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ । ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ବଢ଼ିଆ ହେବ । ଛାତ୍ରମାନେ ନୂଆ ଗତିବିଧିରେ ସାମିଲ ହୋଇପାରନ୍ତି ।

କୁମ୍ଭ: ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାର ସୁଯୋଗ ପାଇବେ । ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ସ୍ଥାପନ ହେବ । ଅଫିସରେ ଉଚ୍ଚ ଅଧିକାରୀଙ୍କ ରାୟ ନେଇ କାମ କରନ୍ତୁ; ଭଲ ଫଳାଫଳ ମିଳିବ । ପିଲା ଓ ପରିବାର ସହିତ ହସଖୁସି‌େର ସମୟ କଟିବ ।

ମୀନ: ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ । କର୍ମକ୍ଷେତ୍ରରେ ବୀରଙ୍କ ଭଳି ରହିବେ । ଆପଣଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶ˚ସା କରିବେ । ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ ।

Share this story

World Odia Language Conferene